କନ୍ଧମାଳ ସନ୍ତାନ

Breaking News

ଆଉ ନାହାନ୍ତି ପୂର୍ବତ୍ତନ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ…

କନ୍ଧମାଳ ସନ୍ତାନ(ବ୍ୟୁର): ପୂର୍ବତନ ରାଷ୍ଟ୍ରପତି ତଥା ବର୍ଷିୟାନ୍ କଂଗ୍ରେସ ନେତା ପ୍ରଣବ ମୁଖାର୍ଜୀଙ୍କର ଦିଲ୍ଲୀସ୍ଥିତ ଏକ ଡାକ୍ତରଖାନାରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା ।
ଅଗଷ୍ଟ ୧୦ ତାରିଖ ଦିନ ଶ୍ରୀ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ରାଜାଜୀ ଦିଲ୍ଲୀସ୍ଥିତ ଆର୍ମି ହସ୍ପିିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ପଡିବା ଯୋଗୁଁ ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଯାଇଥିଲା । ରକ୍ତ ରକ୍ତ ଜମାଟକୁ ବାହାର କରିବାକୁ ମସ୍ତିଷ୍କରେ ଜଟିଳ ଅସ୍ତ୍ରପଚାର କରିବାକୁ ପଡିଥିଲା । ଏହାପରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ଓ ସେ ଗଭୀର କୋମା ଅବସ୍ଥାରେ ଥିଲେ । ଏହା ପରେ ଫୁସ୍‌ଫୁସ୍ ସଂକ୍ରମଣ କାରଣରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ବିଗିଡ଼ିବାରେ ଲାଗିଥିଲା । ମସ୍ତିଷ୍କ ସର୍ଜରୀ ପରେ ଭେଣ୍ଟିଲିଟରରେ ଥିବା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଆଜି ସକାଳେ ଅବନତି ଘଟିଥିଲା । ଏ ନେଇ ନୂଆଦିଲ୍ଲୀର ଆର୍ମି ହସ୍ପିଟାଲ ପକ୍ଷରୁ ସୂଚନା ଜାରି କରାଯାଇଥିଲା । ଡାକ୍ତରଖାନା ଅନୁଯାୟୀ, ସ୍ୱାସ୍ଥ୍ୟଗତ ଜଟିଳତା ହେତୁ ମୁଖାର୍ଜୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାର ୨୦ଦିନ ପରେ କୋମାରେ ଥିବା ବେଳେ ଆଜି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଅବନତି ଦେଖା ଦେଇଥିଲା । ପୂର୍ବତ୍ତନ ରାଷ୍ଟ୍ରପତିଙ୍କ ବିୟୋଗରେ ସାତଦିନ ପାଇଁ ରାଷ୍ଟ୍ରୀୟ ଶୋକ ସରକାର ଘୋଷଣା କରିଛନ୍ତି I

Related news

Skip to toolbar