କନ୍ଧମାଳ ସନ୍ତାନ

Breaking News

ଓଡ଼ିଶାକୁ ନିରାପଦ ରଖିବାରେ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ : ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍କଡାଉନ ଲାଗୁ ହେବ -ମୁଖ୍ୟମନ୍ତ୍ରୀ

କନ୍ଧମାଳ ସନ୍ତାନ(ବ୍ୟୁର): ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି I ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି I ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି I ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି I ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ I ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ I ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ I ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି I ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ complete lockdown ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି I

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ I ଦେଶର ଅନ୍ୟ ରାଜ୍ୟ ମାନଙ୍କରେ କୋଭିଡ କେସ୍‌ ବଢୁଛି I ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି I ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି I କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ I କରୋନା ଭାଇରସ୍‌ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି I ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି I ଏହାଦ୍ବାହା ହିଁ ଆମେ ତୃତୀୟ ଲହରର intensityକୁ କମ୍‌ କରିଦେଇପାରିବା I

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ I ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି I ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି I କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ I ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ I ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି I ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି I ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ I

ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ I ଜୀବନ ଅମୂଲ୍ୟ I ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ I ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି I ମୁଖ୍ୟମନ୍ତ୍ରୀ କହିଥିଲେ ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ” I

Related news

Skip to toolbar